ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିବ ଭିତରକନିକା । କୁମ୍ଭୀର ମାନଙ୍କ ପ୍ରଜନନ ନିମନ୍ତେ ମେ ୧ ତାରିଖରରୁ ଜୁଲାଇ ୩୧ ତାରିଖ ପର୍ଯ୍ୟ ବନ୍ଦ ରହିବ ଭିତରକନିକା । ଏହି ସମୟରେ ମାଇ କୁମ୍ଭୀର ମାନେ ଅଧିକ ହିଂସ୍ର ହୋଇଥାନ୍ତି । ପର୍ଯ୍ୟଟକ ମାନଙ୍କ ସୁରକ୍ଷା ପାଇଁ ବନ ବିଭାଗ ଏହି ସମୟରେ ଭିତରକନିକାକୁ ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ କରିଥାଏ । ନିଜର ବଂଶ ରକ୍ଷା କରିବା ପାଇଁ ପାଖରେ କେହି ପର୍ଯ୍ୟଟକ ଦେଖିଲେ ଆକ୍ରମଣ କରିବାକୁ ପଛାଇନଥାନ୍ତି । ତେଣୁ ଏହି ସମୟରେ ଭିତରକନିକାକୁ ପର୍ଯ୍ୟଟକଙ୍କ ଯିବା ଉପରେ କଟକଣା ଲଗାଯାଇଛି |






More Stories
ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା…..
ପରକୀୟା ପ୍ରୀତି ରୁ ଗଡ଼ିଲା ମୁଣ୍ଡ…..
ସୈନିକ ସ୍କୁଲ ରାସ୍ତାରେ ସିରିଜ ଦୁର୍ଘଟଣା,୨ ମୃତ…..