ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ଅଗଷ୍ଟ ୧ ତାରିଖ ଅର୍ଥାତ ଆଜିଠାରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ଦିନ ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। କୁମ୍ଭୀର ପ୍ରଜନନ ଋତୁ ପାଇଁ ଗତ ମେ’ ପହିଲାରୁ ଭିତରକନିକା ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା। ଏଠାରେ ବିଭିନ୍ନ ପ୍ରଜାତିର ପଶୁପକ୍ଷୀ, ବଗ ଗହନରେ ପକ୍ଷୀଙ୍କ କଳରବ, ନଦୀ କୂଳରେ ବଉଳା କୁମ୍ଭୀର ଶୋଇଥିବାର ଦୃଶ୍ୟ ଓ ବିଶେଷକରି ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଚଳିତଥର ଭିତରକନିକାରେ ପର୍ଯ୍ୟଟକଙ୍କ ପାଇଁ ତିଆରି ହୋଇଛି ସ୍କାଏ ଓ୍ବାକ୍। ଏହା ଉପରକୁ ଯାଇ ପର୍ଯ୍ୟଟକମାନେ ପୁରା ଜଙ୍ଗଲର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ। ଏହା କାଠରେ ନିର୍ମିତ ହୋଇଛି। ଗୋଟିଏ ଥରରେ ୨୦ ପର୍ଯ୍ୟଟକଙ୍କୁ ଏହା ଉପରକୁ ଚଢାଯିବା ନେଇ ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।






More Stories
୧୩ରେ ରାଜ୍ୟ କ୍ୟାବିନେଟ୍……
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..