ରିପୋର୍ଟ କାର୍ଡ / କେନ୍ଦ୍ରାପଡା
କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ବଉଳା କୁମ୍ଭୀର ମାନେ ହିଂସ୍ର ହୋଇଥାନ୍ତି । ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୩ ମାସ ପାଇଁ ଭିତରକନିକା ବନ୍ଦ ରଖାଯିବ ବୋଲି କହିଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଁକର । ଏହାର ମୁଖ୍ୟ କାରଣ ହେଲା ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ଆରମ୍ଭ ହେତୁ ନଦୀ ଓ ନାଳମାନଙ୍କରେ କୁମ୍ଭୀରମାନେ ବସା ବାନ୍ଧି ଅଣ୍ଡା ଦେବେ । ସେମାନଙ୍କ ମିଳନ ପର୍ବ ଓ ଅଣ୍ଡା ଦେବା ପ୍ରକ୍ରିୟାରେ ବାଧା ନଉପୁଜିବା ପାଇଁ ପର୍ଯ୍ୟଟକମାନଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ।






More Stories
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ…..
ଆଇଏଫଏସ ଅଧିକାରୀସ୍ତରରେ ଅଦଳବଦଳ……
୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ…..