ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ଆସନ୍ତା ମେ’ ପହିଲାରୁ ବନ୍ଦ ହେବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ଋତୁ ଆରମ୍ଭ ହୋଇଛି। ନଦୀ ନାଳମାନଙ୍କରେ ଥିବା କୁମ୍ଭୀରମାନେ ବସା ବାନ୍ଧି ଅଣ୍ଡା ଦେବେ। ସେମାନଙ୍କ ମିଳନ ପର୍ବ ଓ ଅଣ୍ଡାଦେବା ପ୍ରକ୍ରିୟାରେ ବାଧା ନ ଉପୁଜାଇବା ପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରଖାଯିବାକୁ ନିର୍ଦ୍ଦେଶ ଜାରି ହୋଇଛି। ମାଆ କୁମ୍ଭୀର ଅଣ୍ଡା ଦେଇସାରିବା ପରେ ଅଣ୍ଡାକୁ ସୁରକ୍ଷା ଦେବା ପାଇଁ ସେଠାରେ ଜଗି ରହିଥାଏ। ଏହି ସମୟରେ ସେ ଅଧିକ ହିଂସ୍ର ହୋଇଥାଏ। ଏଥିପାଇଁ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଭିତରକନିକା ଜାତୀୟ ଉଦ୍ୟାନକୁ ଆସିବାକୁ ବାରଣ କରାଯାଇଛି।






More Stories
ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ଅପଡେଟ୍ କଲା ହସ୍ପିଟାଲ….
ବଦଳିଲା NDA ସଂସଦୀୟ ଦଳର ନାମ…..
ISROର ସାଇଣ୍ଟିଷ୍ଟ ଚାକିରି ଛାଡିଲେ: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ……