ରିପୋର୍ଟ କାର୍ଡ /କେନ୍ଦ୍ରାପଡା
ଦୀର୍ଘ ୩ ମାସ ବନ୍ଦ ରହିବା ପରେ ଆଜିଠାରୁ ଖୋଲିଛି ଭିତର କନିକା ଜାତୀୟ ଉଦ୍ୟାନ। କୁମ୍ଭୀର ପ୍ରଜନନ ପାଇଁ ବନ୍ଦ ରହିବା ପରେ ଆଜିଠାରୁ ସାଧାରଣ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଖୋଲିଥିବାରୁ ପର୍ଯ୍ୟଟକମାନେ ବେଶ୍ ଖୁସି ଅଛନ୍ତି । କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିଥାଏ ଭିତରକନିକା। ଭିତରକନିକାରେ ପ୍ରବେଶ କରିବା ପାଇଁ ଆଗ୍ରହୀ ଥିବା ପର୍ଯ୍ୟଟକ ଡାଙ୍ଗମାଳ, ଖୋଳା ଏବଂ ଗୁପ୍ତି, ପ୍ରଭୁତି ତିନୋଟି ପ୍ରବେଶ ପଥ ଦେଇ ଭିତରକନିକା ମଧ୍ୟକୁ ପ୍ରବେଶ କରିପାରିବେ। ପର୍ଯ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବା ନିମନ୍ତେ ପରିଚୟ ପତ୍ର ଦେଖାଇବାକୁ ବାଧ୍ୟତାମୂଳକ କରାଯାଇଛି।






More Stories
ପୂର୍ବତନ ଡିଜିପି ଯୋଗେଶ ବାହାଦୂର ଖୁରାନିଆଙ୍କୁ ନୋଟିସ୍…..
ହୋଟେଲ ଚେକ୍-ଇନ୍ରେ ବଦଳିବ ନିୟମ!…..
ଆମ ବସ୍’ ଯାତ୍ରା ମାଗଣା…..