ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ମେ ଫେୟାର ଛକ ନିକଟରେ ଥିବା କୋଠାଘରର ପଣସ ଗଛ ଡାଳରୁ ମିଳିଛି ମୃତଦେହ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ମଙ୍ଗଳବାର ସକାଳ ସମୟରେ ଜଣେ ଯୁବକଙ୍କ ମୃତଦେହ ଗଛରେ ଝୁଲୁଥିବାର ଦେଖିବାକୁ ମିଳିଥିଲା । ପାଚେରୀ ଉପରେ ଚପଲ, ଗୋଟେ ପ୍ୟାଣ୍ଟ, ସାର୍ଟ, ଗାମୁଛା, ସାଲ ରଖି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି l ଘଟଣାସ୍ଥଳରେ ନୟାପଲ୍ଲୀ ପୋଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ତଦନ୍ତ ଜାରି ରଖିଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାର ବେଳେ ଶବକୁ ଆମ୍ବୁଲାନ୍ସ ଯୋଗେ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..