ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୧୭ ତାରିଖରୁ ଭୁବନେଶ୍ୱର ଏମ୍ସ ଓପିଡି ବନ୍ଦ ହେବ । ଏନେଇ ଭୁବନେଶ୍ୱର ଏମ୍ସ୍ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏମ୍ସର କିଛି ଅଧିକାରୀ ଓ କର୍ମଚାରୀ ପଜିଟିଭ ଚିହ୍ନଟ ପରେ ଏପରି ପଦକ୍ଷେପ ନିଆଯାଇଛି। ଓପିଡି ବନ୍ଦ ହେଲେ ମଧ୍ୟ କିଛି ଜରୁରିକାଳୀନ ସେବା ଚାଲୁ ରହିବ । ସୂଚନାଯୋଗ୍ୟ, ରାଜ୍ୟରେ ଦୈନିକ ସଂକ୍ରମଣ ଏବେ ୧୦ ହଜାର ଅତିକ୍ରମ କରୁଛି । ଆକ୍ରାନ୍ତଙ୍କ ସଂଖ୍ୟା ଖୁବ୍ ଦ୍ରୁତ ଗତିରେ ବଢ଼ି ଚାଲିଥିବା ବେଳେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ବିଭିନ୍ନ ହସ୍ପିଟାଲର ଓପିଡିକୁ ବ୍ୟବହାର କରାଯାଉଛି। ହେଲେ ରୋଗୀ ସେବା ପୂର୍ବ ପରି ଚାଲୁ ରହିଛି।






More Stories
ବେଆଇନ ନିଯୁକ୍ତି ନେଇ ତାଗିଦ…..
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..