ରିପୋର୍ଟ କାର୍ଡ / ବରଗଡ଼
ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ। ଜୁରୀ ସଦସ୍ୟମାନେ କଂସ ଭୂମିକା ପାଇଁ ତାଙ୍କ ନାଁ ଉପରେ ମାରିଛନ୍ତି ମୋହର। ଉତ୍ତମ ଅଭିନୟ ଓ ଉଚ୍ଚକୋଟୀର ସଂଳାପ ପାଇଁ ଅନ୍ୟ ତିନି ଜଣଙ୍କୁ ପଛରେ ପକାଇ ଭୁବନେଶ୍ୱର ପ୍ରଧାନ ବାଜି ମାରିଛନ୍ତି। ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ୫ଥର କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି। ଶେଷଥର ପାଇଁ ସେ ୨୦୨୦ରେ କଂସ ମହାରାଜା ଭୂମିକାରେ ଅଭିନୟ କରିଥିଲେ। ଷଷ୍ଠ ଥର ଏହି ଭୂମିକାରେ ଅଭିନୟ କରିବା ପାଇଁ ସୁଯୋଗ ପାଇବା ପରେ ଭୁବନେଶ୍ୱର ପ୍ରଧାନ କହିଛନ୍ତି, ଏଥର ସୁଯୋଗ ମିଳିଥିବାରୁ ମୁଁ ଆନନ୍ଦିତ ଓ ଗର୍ବିତ। ଧନୁଯାତ୍ରା ପାଇଁ ଆଉ ମାସେ ସମୟ ଅଛି। ନୂତନ ସଂଳାପ, ନୂତନ ଅଭିନୟ ଓ ନୂତନ ପୌରାଣିକ କଥାବସ୍ତୁକୁ ନେଇ ଏଥର କମ୍ପିବ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା। ଆସନ୍ତା ଜାନୁଆରୀ ୩ ତାରିଖରୁ ଆରମ୍ଭ ହେବ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହା ହେବ ୭୭ତମ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହା ଜାନୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ।
More Stories
ଏଥର ହେବ କଲେଜରେ ନିର୍ବାଚନ…..
‘ବୁକ୍ ପୋଷ୍ଟ’ ସେବା ବନ୍ଦ….
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ…..