ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ଜଣେ ମହିଳାଙ୍କୁ ଘର ଭିତରେ ଅତି ବିଭତ୍ସ ଭାବେ ହତ୍ୟା କରାଯାଇଛି । ଭୁବନେଶ୍ୱର ଭୀମଟାଙ୍ଗି ଫେଜ୍-୧ରେ ହତ୍ୟାକାଣ୍ଡ ଘଟିଛି । ମିଳିଥିବା ସୂଚନା ଅନୁସାରେ- ଭୁବନେଶ୍ବର ଭୀମଟାଙ୍ଗି ତାରିଣୀ ମନ୍ଦିର ନିକଟରେ ଭଡ଼ା ଘରେ ରହୁଥିଲେ ମହିଳା । ସୋମବାର ଦିନ ଘର ଭିତରୁ ମହିଳାଙ୍କ ରକ୍ତାକ୍ତ ମୃତଦେହ ଠାବ ହୋଇଥିଲା । ତେବେ ସେହି ଘର ଭିତରୁ ଜଣେ ପୁରୁଷଙ୍କୁ ମଧ୍ୟ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ମହିଳାଙ୍କୁ ଚିହ୍ନଟ କରିଛନ୍ତି ତାଙ୍କ ସ୍ୱାମୀ । ତେବେ କିଏ କାହିଁକି ହତ୍ୟା କରିଛି । ସେନେଇ ତନାଘନା ଜାରି ରହିଛି । ସେପଟେ ଭୁବନେଶ୍ୱର ଡିସିପି ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ।






More Stories
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……
ବ୍ୟବସାୟୀ ଅପହରଣ ମାମଲା: ପୋଲିସ-ସାମ୍ବାଦିକ ଗିରଫ…..
ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ……