ରିପୋର୍ଟ କାର୍ଡ / ଭୁବନେଶ୍ଵର
ସେପ୍ଟେମ୍ବର ୧ ଅର୍ଥାତ ଆସନ୍ତାକାଲିଠାରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ। ଚଳିତ ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିଛି । ଆଜି ବିଜେପି, କଂଗ୍ରେସ ଓ ବିଜେଡି ବିଧାୟକ ଦଳ ବୈଠକ ବସିବ । ଚଳିତ ଥର ମଧ୍ୟ ଅଧିବେଶନ ବେଶ୍ ସରଗରମ ହେବା ସମ୍ଭାବନା ରହିଛି । ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛନ୍ତି ବିରୋଧୀ । ସେହିପରି ବିରୋଧୀଙ୍କୁ ଜବାବ ଦେବା ପାଇଁ ସରକାର ମଧ୍ୟ ପ୍ରସ୍ତୁତ ହେଉଛନ୍ତି । ଆଜି ପୂର୍ବାହ୍ନରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ବିଜେପି ବିଧାୟକ ଦଳ ବୈଠକ । ବିରୋଧୀ ଦଳ ନେତା ପ୍ରଦୀପ ନାୟକ ଅସୁସ୍ଥ ଥିବାରୁ ଉପନେତା ବିଷ୍ଣୁ ସେଠୀ ବୈଠକରେ ଅଧ୍ୟକ୍ଷତା କରିବେ ବୋଲି ଜଣାପଡିଛି । ସେହିପରି ସଂଧ୍ୟାରେ କଂଗ୍ରେସ ଭବନରେ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ବସିବ କଂଗ୍ରେସ ବିଧାୟକ ଦଳ ବୈଠକ । ମରୁଡି, ଦରଦାମ ବୃଦ୍ଧି, ବେକାରୀ ସମସ୍ୟା, କୋଟିଆ ବିବାଦ, ବିଜୁଳି ଦର, ନିଯୁକ୍ତିରେ ଅନିୟମିତତା, ଆଇନ ଶୃଙ୍ଖଳା, ଦୁର୍ନୀତି ଆଦି ପ୍ରସଙ୍ଗକୁ ଗୃହରେ ଉଠାଇବାକୁ ପ୍ରସ୍ତୁତ ହେଉଛନ୍ତି ବିରୋଧୀ ଦଳ । ଅନ୍ୟପଟେ ଆଜି ସଂଧ୍ୟାରେ ବିଜେଡି ବିଧାୟକ ଦଳ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତାରେ କରିବେ । ବିରୋଧୀଙ୍କୁ ବିଭିନ୍ନ ପ୍ରସଙ୍ଗରେ କିପରି ଜବାବ ଦିଆଯିବ ତାହାକୁ ନେଇ ରଣନୀତି ପ୍ରସ୍ତୁତ କରାଯିବ ।
Discussion about this post