ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସ। ଏଥିରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତର ରଖି ଆଇନ ମନ୍ତ୍ରୀ ପୃଥ୍ବୀରାଜ ପଟ୍ଟନାୟକ କହିଛନ୍ତି, ରାଜ୍ୟ ସରକାର ୪୧୪୫ ମନ୍ଦିରର ଆର୍ଥିକ ଅନୁଦାନ ବୃଦ୍ଧି କରିଛନ୍ତି। ପୂର୍ବରୁ ଏହା ୫ କୋଟି ଟଙ୍କା ଥିବା ବେଳେ ଏବେ ଏହାକୁ ସାଢ଼େ ୭ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ଅର୍ଥାତ୍ ଅଢ଼େଇ କୋଟି ଟଙ୍କା ଆର୍ଥିକ ଅନୁଦାନ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ସେ ଆହୁରି କହିଛନ୍ତି, ଦେବୋତ୍ତର ବିଭାଗ ଅଧୀନରେ ଏବେ ରାଜ୍ୟରେ ୧୮ ହଜାରରୁ ଅଧିକ ମନ୍ଦିର ରହିଛି।






More Stories
ସହରାଞ୍ଚଳକୁ ମନ୍ତ୍ରୀଙ୍କ ହାଇ ଆଲର୍ଟ…..
ଅକ୍ଟୋବର ସୁଦ୍ଧା ଏସଆଇ ପରୀକ୍ଷା…..
ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲା: ଦୁଇଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ…..