ରିପୋର୍ଟ କାର୍ଡ / ଭୁବନେଶ୍ଵର
ସୁଭଦ୍ରା ଯୋଜନାକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଆସନ୍ତା ୧୮ ତାରିଖ ଭିତରେ ସୁଭଦ୍ରା ଟଙ୍କା ମିଳିବା ନେଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ ଭିତରୁ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି । ଯେଉଁମାନେ କି ପ୍ରଥମ ଥର ପାଇଁ ସୁଭଦ୍ରା କିସ୍ତି ପାଇବେ ।ତେବେ ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ସେମାନେ ଏଥର ଏକାବେଳକେ ଦୁଇଟି କିସ୍ତିର ଟଙ୍କା ପାଇବେ । ମିଳିଥିବା ସୂଚନା ଅନୁସାରେ, ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିବା ନେଇ ଉପ-ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।






More Stories
ବାତ୍ୟା ଲ୍ୟାଣ୍ଡଫଲ୍ ପରେ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ…..
ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା…..
‘ଅକୱାନ’ର ମୁକାବିଲା ପାଇଁ ରାଜ୍ୟ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ……