ରିପୋର୍ଟ କାର୍ଡ / ପାଟନା
ବିହାରର ବକ୍ସର ଜିଲ୍ଲାରେ ଘଟିଥିବା ରେଳ ଦୁର୍ଘଟଣାରେ ମୃତକ ଓ ଆହତଙ୍କ ପାଇଁ ରେଳବାଇ ପକ୍ଷରୁ ସହାୟତା ରାଶି ଘୋଷଣା କରାଯାଇଛି । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। ବିହାର ସରକାର ମଧ୍ୟ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ବୁଧବାର ରାତିରେ ବିହାର ବକ୍ସର ଜିଲ୍ଲା ରଘୁନାଥପୁର ଷ୍ଟେସନ ନିକଟରେ ଥିବା ୧୨୫୦୬ ନର୍ଥ ଇଷ୍ଟ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହେବାପରେ ଟ୍ରେନର ଅନେକ ବଗି ଲାଇନଚ୍ୟୁତ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହେବା ସହ ଶତାଧିକ ଆହତ ହୋଇଥିବା ସୂଚନା ମିଳିଛି। ସେଥିମଧ୍ୟରୁ ପ୍ରାୟ ୧୦୦ ଜଣରୁ ଅଧିକଙ୍କ ଅବସ୍ଥା ଗୁରୁତର ରହିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….