ରିପୋର୍ଟ କାର୍ଡ / ପାଟଣା
ଇଟା ଭାଟିର ଚିମନିରେ ବିସ୍ଫୋରଣ ଘଟି ୮ ଜଣଙ୍କ ମୃତ୍ୟୁ ହୋଇଛି। ୧୨ରୁ ଅଧିକ ଲୋକ ବିସ୍ଫୋରଣ ପରେ ଇଟା ଭାଟି ତଳେ ଦବି ରହିଥିବା କୁହାଯାଉଛି। ବିହାରର ମୋତିହାରୀରେ ଏହି ଦୁର୍ଘଟଣା ଘଟିଛି। ବିିହାର ମୋତିହାରୀର ରାମଗଡବା ନରିଲଗିରି ଇଟା ଭାଟିରେ ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଇଟା ଭାଟି ଭିତରେ କିଛି ଶ୍ରମିକ କାମ କରୁଥିବା ବେଳେ ହଠାତ୍ ଚିମନି ଫାଟି ଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ରକ୍ସୌଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।






More Stories
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..