ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଆଗାମୀ ଗୁରୁବାର ଶପଥ ନେବେ ନୀତିଶ କୁମାର । ଏଥିପାଇଁ ବିଜେପି ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି । ବିହାର ବିଧାନସଭା ନିର୍ବାଚନରେ ଏନଡିଏର ବିପୁଳ ବିଜଯ ପରେ ନୀତିଶ କୁମାର ଗୁରୁବାର ୨୦ ନଭେମ୍ବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ବୋଲି ଆଶା କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଏନଡିଏ ଶାସିତ ରାଜ୍ୟର ଅନେକ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଏହି ଉତ୍ସବରେ ଯୋଗଦେବେ । ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏହି ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ପାଟନାର ଗାନ୍ଧୀ ମଇଦାନରେ ଅନୁଷ୍ଠିତ ହେବ ବୋଲି କୁହା ଯାଉଛି । ଏଥିପାଇଁ ଗାନ୍ଧୀ ମଇଦାନରେ ପ୍ରସ୍ତୁତି ଜୋରସୋରରେ ଆରମ୍ଭ ହୋଇଯାଇଛି । ଗୁରୁବାର ଦିନ ୧୧ ଟାରୁ ୧୨ଟା ମଧ୍ୟରେ ଶପଥ ସମାରୋହ ଉତ୍ସବ ଅନୁଷ୍ଠିତ ହେବ ।






More Stories
ତୁରନ୍ତ ରୋକନ୍ତୁ ଏସଆଇଆର୍…..
ଶପଥ ସମାରୋହରେ ଗାମୁଛା ଉଡ଼ାଇଲେ ମୋଦି…..
୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତିଶ କୁମାର…..