Report Card Odisha

| Daily Odia News

କଂଗ୍ରେସରେ ଯୋଗ ଦେବେ ବିଜୟ କୁମାର ପଟ୍ଟନାୟକ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

କଂଗ୍ରେସରେ ଯୋଗ ଦେଇପାରନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକ। କଂଗ୍ରେସ ନେତା ଅମୀୟ ପାଣ୍ଡବ ଆଜି ଏ ନେଇ ସୋଶାଲ ମିଡିଆ ପେଜରେ ସୂଚନା ଦେବା ପରେ ଚର୍ଚ୍ଚା ଜୋର୍ ଧରିଛି। ସୋସିଆଲ୍ ମିଡିଆ ପେଜରେ ଲେଖିଛନ୍ତି, ଆଜି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ କଂଗ୍ରେସ ଦଳରେ ଯୋଗ ଦେବେ। ତାଙ୍କୁ ସ୍ୱାଗତଂ । ୧୯୭୬ ବ୍ୟାଚର ଆଇଏଏସ୍ ଅଧିକାରୀ ବିଜୟ ୨୦୦୪ରୁ ୨୦୧୦ ମସିହା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରିନ୍ସପାଲ ସେକ୍ରେଟାରୀ ଭାବେ କାମ କରିଥିଲେ। ସେ ୨୦୧୦ ମସିହା ସେପ୍ଟେମ୍ବର ମାସରେ ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଇଥିଲେ। ୨୦୧୩ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିଥିଲେ। ଏହାପରେ ବିଜୟ ପଟ୍ଟନାୟକ ୨୦୧୩-୧୪ରେ ରାଜ୍ୟ ସରକାରଙ୍କ ଷ୍ଟାଫ୍ ସିଲେକସନ୍ କମିଶନର ଅଧ୍ୟକ୍ଷ ଏବଂ ୨୦୧୪- ୧୫ରେ ଓଡ଼ିଶା ମାନବାଧିକାର କମିଶନର ସଦସ୍ୟ ରହିଥିଲେ। ପରେ ୨୦୧୫ ଏପ୍ରିଲରେ ସେ ବେଦାନ୍ତ ୟୁନିଭର୍ସିଟି ପ୍ରୋଜେକ୍ଟର ଅଧ୍ୟକ୍ଷ ଭାବେ ଯୋଗ ଦେଇଥିଲେ। ୨ ବର୍ଷ ଧରି କାମ କରିବା ପରେ ବିଜୟ ବେଦାନ୍ତ ୟୁନିଭର୍ସିଟି ପ୍ରକଳ୍ପର ଅଧ୍ୟକ୍ଷ ପଦରୁ ୨୦୧୭ ମସିହାରେ ଇସ୍ତଫା ଦେଇଥିଲେ।

Breaking News