Report Card Odisha

| Daily Odia News

ଦଶ ଦିନ ଭିତରେ ଆହୁରି ସଂକ୍ରମଣ କମିବ:ସ୍ୱାସ୍ଥ୍ୟ ନିର୍ଦ୍ଦେଶକ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ କମିବାରେ ଲାଗିଛି ସଂକ୍ରମଣ ସଂଖ୍ୟା | ଦଶ ଦିନ ଭିତରେ ଆହୁରି ସଂକ୍ରମଣ କମିବ ବୋଲି ଏହି ଟ୍ରେଣ୍ଡ ଦର୍ଶାଉଛି । ଯାହାକି ରାଜ୍ୟ ପାଇଁ ଶୁଭ ଖବର ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି । ଆହୁରି କହିଛନ୍ତି ଯେ, ଯେହେତୁ ୬୦ ପ୍ରତିଶତ ଲୋକ ଏବେ ମଧ୍ୟ ଗୁରୁତର ହୋଇ ଆଇସିୟୁରେ ଅଛନ୍ତି। ତେଣୁ ମୃତ୍ୟୁ ସଂଖ୍ୟା ମଧ୍ୟ ଅଧିକ ଅଛି । ବର୍ତ୍ତମାନ ଟୀକାକରଣରେ ଦ୍ଵିତୀୟ ଡୋଜକୁ ଗୁରୁତ୍ୱ ଦିଆଯାଉଛି । ୧୮ ରୁ ୪୪ ବର୍ଷର ଯେଉଁମାନେ ପ୍ରଥମ ଡୋଜ ନେଇ ଦ୍ଵିତୀୟ ଡୋଜ ଅପେକ୍ଷାରେ ଅଛନ୍ତି । ସେମାନଙ୍କୁ ପ୍ରାଧାନ୍ୟ ଦିଆଯାଉଛି । ୨୨ଟି ଜିଲ୍ଲା ମୁଖ୍ୟାଳୟରେ ଟିକା ଦେବା ପାଇଁ ବ୍ୟବସ୍ଥା କରାଯାଇଛି । ଯେତେ ଟିକା ରାଜ୍ୟକୁ ମିଳିବ ସେହି ଅନୁସାରେ ଆଗାମୀ ପ୍ଲାନ କରାଯାଉଛି । କୋଭିଡ ମେଡ଼ିସିନ ପାଇଁ ଜାତୀୟ ଟାସ୍କ ଫୋର୍ସ ଯାହା ଅନୁମୋଦନ କରୁଛନ୍ତି । ଆମେ ମଧ୍ୟ ତାହା ବ୍ୟବହାର କରୁଛୁ । ତେଣୁ ଯଦି ଅକ୍ସିଜେନ, ପାରାସିଟାମଲ ଓ ଷ୍ଟେରଏଡ଼ ଉପରେ ଗୁରୁତ୍ୱ ଦିଆଯାଉଛି ।ଆମେ ମଧ୍ୟ ତର୍ଜମା କରି ସେହି ଔଷଧ ବ୍ୟବହାର କରିବୁ । ସୂଚନାଯୋଗ୍ୟ ଯେ, ରାଜ୍ୟରେ ଗତ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୯୨୧୪ରେ ପହଞ୍ଚିଛି ।

Breaking News