ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପ୍ରବାଦ ପୁରୁଷ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ଏହି ଅବସରରେ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ସୁପୁତ୍ରମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଥିବା ବେଳେ ବିଜୁ ବାବୁଙ୍କୁ ମନେ ପକାଇଛନ୍ତି । ନବୀନ ତାଙ୍କ ଟ୍ୱିଟ୍ରେ ଲେଖିଛନ୍ତି ବିଜୁ ବାବୁଙ୍କ ନୀତି ଓ ଆଦର୍ଶ ସଦାସର୍ବଦା ଆମକୁ ଲୋକଙ୍କ ସେବା କରିବାକୁ ଅନୁପ୍ରାଣିତ କରିବ । ସେ ଦେଖାଇଥିବା ମାର୍ଗରେ ଆଜି ଓଡ଼ିଶା ବିକାଶର ବିଭିନ୍ନ କ୍ଷତ୍ରରେ ଅଗ୍ରଗତି କରିଛି ବୋଲି ନବୀନ ତାଙ୍କ ଟ୍ୱିଟ୍ରେ ଲେଖିଛନ୍ତି ।
More Stories
ସ୍କୁଲ ବସ୍କୁ ଧକ୍କା ଦେଲା ଟ୍ରେନ୍…..
ଡ୍ରାଇଭର ସଂଘ ସହ ଆଲୋଚନା ପାଇଁ ସରକାର ପ୍ରସ୍ତୁତ…..
ପୁଣି ଥରେ ଓଡ଼ିଶା ଭାଜପାର ରାଜ୍ୟ ସଭାପତି ମନମୋହନ……