ରିପୋର୍ଟ କାର୍ଡ / ଭୁବନେଶ୍ୱର
କୁକୁଡ଼ାଙ୍କ ପରେ ମଣିଷକୁ ଡେଇଁଲା ବାର୍ଡ ଫ୍ଲୁ! ବାର୍ଡ ଫ୍ଲୁ ଆକ୍ରାନ୍ତ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ରଙ୍କ ପକ୍ଷରୁ ସୂଚନା ମିଳିଛି । ୨ ଜଣ ବାର୍ଡ ଫ୍ଲୁ ସନ୍ଦିଗ୍ଧ ଚିହ୍ନଟ ହୋଇଛନ୍ତି, ଆକ୍ରାନ୍ତ ବୋଲି କହି ହେବନି । ଲକ୍ଷଣ ଥିବା ୨ ଜଣଙ୍କ ନମୁନା ଆରଏମଆରସିକୁ ପରୀକ୍ଷା ପାଇଁ ପଠାଯାଇଛି । ପୁଣେ ଭାଇରୋଲୋଜି ସେଣ୍ଟରକୁ ମଧ୍ୟ ନମୁନା ପଠାଯାଇଛି । ଏପର୍ଯ୍ୟନ୍ତ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇନି । ରିପୋର୍ଟକୁ ଅପେକ୍ଷା ରହିଛି । ଏନେଇ ଆତଙ୍କିତ ନହେବାକୁ ପରାମର୍ଶ ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ଆରଏମଆରସି ରିପୋର୍ଟ ଆସିବା ପରେ ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ତଥ୍ୟ ଦେବ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।






More Stories
ବଢ଼ୁଛି ନଦୀମାଙ୍କର ଜଳସ୍ତର…..
ଆଜି ସ୍କୁଲ ଛୁଟି…..
ଚାକିରୀ ଛାଡିଲେ ଭୁବନେଶ୍ୱର ଡିସିପି…..