ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ୨୧ଟି ଲୋକସଭା ଆସନ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୯ଟି ଲୋକସଭା ଆସନ ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲେ। ଏହା ପରେ ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ମୋଟ ୧୫ଟି ଲୋକସଭା ଆସନ ପାଇଁ ଦଳ ଘୋଷଣା କରିଛି ପ୍ରାର୍ଥୀ। ପୁରୀ ଲୋକସଭା ଆସନ ପାଇଁ ବିଜେଡି ଅରୂପ ପଟ୍ଟନାୟକଙ୍କ ନାଁ ଘୋଷଣା କରିଥିବା ବେଳେ ଢେଙ୍କାନାଳରୁ ଅବିନାଶ ସାମଲ, ଜଗତସିଂହପୁରରୁ ରାଜଶ୍ରୀ ମଲ୍ଲିକ, କନ୍ଧମାଳରୁ ଅଚ୍ୟୁତ ସାମନ୍ତ, କଟକରୁ ସଂତୃପ୍ତ ମିଶ୍ର ଓ ଯାଜପୁରରୁ ଶର୍ମିଷ୍ଠା ସେଠୀଙ୍କୁ ପ୍ରାର୍ଥୀ କରାଯାଇଛି। ଏହି ପ୍ରାର୍ଥୀମାନଙ୍କ ମଧ୍ୟରୁ ଅବିନାଶ ସାମଲ ଓ ସଂତୃପ୍ତ ମିଶ୍ର ହେଉଛନ୍ତି ନୂଆ ମୁହଁ।






More Stories
ଭୁବନେଶ୍ୱର କୋର୍ଟକୁ ବୋମା ଧମକ…..
ଝଡ଼ବର୍ଷା ସମ୍ଭାବନା !ୟେଲୋ ଓ୍ବାର୍ନିଂ ଜାରି…..
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ହିଁ ଏକମାତ୍ର ସମାଧାନ…..