Report Card Odisha

| Daily Odia News

ବିଜେଡିର ୫ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି ,କଣ୍ଟାବାଞ୍ଜିରୁ ଲଢ଼ିବେ ନବୀନ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ବିଜେଡି ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ହୋଇଛନ୍ତି। ପୂର୍ବରୁ ହିଞ୍ଜିଳି ଆସନରୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୋଇଥିଲେ ଏବେ କଣ୍ଟାବାଞ୍ଜିରୁ ଲଢିବାକୁ ଘୋଷଣା କରିଛନ୍ତି। ସେହିପରି ସମ୍ବଲପୁର ଏବଂ ରେଢାଖୋଲ ଆସନରେ ଦଳ ପକ୍ଷରୁ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି। ସେହିପରି ସମ୍ବଲପୁର ଏବଂ ରେଢାଖୋଲ ଆସନ ପାଇଁ ପ୍ରାର୍ଥୀ ଅଦଳବଦଳ କରାଯାଇଛି। ସମ୍ବଲପୁରରୁ ପ୍ରାର୍ଥୀ ହେବା ନେଇ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଅସନ୍ତୁଷ୍ଟ ଥିବା ସୂଚନା ମିଳିଥିଲା। ରେଢାଖୋଲରୁ ଦଳ ପକ୍ଷରୁ ରୋହିତ ପୂଜାରୀଙ୍କୁ ପ୍ରାର୍ଥୀ କରାଯାଇଥିଲା। ରୋହିତଙ୍କୁ ପ୍ରସନ୍ନଙ୍କ ଆସନ ଏବଂ ପ୍ରସନ୍ନଙ୍କୁ ରୋହିତଙ୍କ ଆସନରେ ପ୍ରାର୍ଥୀ କରାଯାଇଛି। ପଦ୍ମପୁରରୁ ବର୍ଷା ସିଂ ବରିହା, କୁଚିଣ୍ଡାରୁ ରାଜେନ୍ଦ୍ର ଛତ୍ରିଆ, ଦେବଗଡ଼ରୁ ଅରୁନ୍ଧତି ଦେବୀ, ଅନୁଗୁଳରୁ ସଂଯୁକ୍ତା ସିଂହ, ନିମାପଡ଼ାରୁ ଦିଲ୍ଲୀପ ନାୟକ ସାନଖେମୁଣ୍ଡିରୁ ସୁଲକ୍ଷଣା ଗୀତାଞ୍ଜଳି ଦେବୀ ଏବଂ ଜୟପୁରରୁ ଇନ୍ଦିରା ନନ୍ଦଙ୍କୁ ପ୍ରାର୍ଥୀ କରାଯାଇଛି।

 

Breaking News