ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏପ୍ରିଲ ମାସରେ ଅତାବିରା ଓ ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାଚନ ଅନୁଷ୍ଠିତ ହେବ । ନିର୍ବାଚନ ପାଇଁ ବିଜେଡି ପ୍ରସ୍ତୁତ ହେଉଥିବା ବେଳେ ଏହା ମଧ୍ୟରେ ନୂଆ ପର୍ଯ୍ୟବେକ୍ଷକଙ୍କୁ ଦାୟିତ୍ୱ ଦେଇଛି । ଦଳ ପ୍ରତି ଏନଏସି ପାଇଁ ୩ ଜଣ ଲେଖାଏଁ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରିଥିବା ବେଳେ ମୋଟ ୬ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି । ବିଜେଡି ତରଫରୁ ଏକ ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଦୁଇ ଏନଏସି ନିର୍ବାଚନ ପାଇଁ ୬ ଜଣ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି । ତେବେ ଅତାବିରା ଏନଏସି ନିର୍ବାଚନ ପାଇଁ ଅତନୁ ସବ୍ୟସାଚୀ ନାୟକ, ସୁଶାନ୍ତ ସିଂହ ଓ ଦେବେଶ ଆଚାର୍ଯ୍ୟଙ୍କୁ ଦାୟିତ୍ୱ ମିଳିଛି । ସେହିପରି ହିନ୍ଦୋଳ ଏନଏସି ନିର୍ବାଚନ ପାଇଁ ସୁଧୀର କୁମାର ସାମଲ, ସୁଶାନ୍ତ କୁମାର ରାଉତ ଓ କୁନା ବିହାରୀ ଦାସଙ୍କୁ ନିଯୁକ୍ତି ଦିଆଯାଇଛି ।






More Stories
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ…..
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..