ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଶାସନ କରୁଥିବା ବିଜୁ ଜନତା ଦଳର ଆଜି ପ୍ରତିଷ୍ଠା ଦିବସ | ଆଜି ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ ଅବସରରେ ସାଇକେଲ ରାଲି, ଗଣଦୌଡ଼, ସାଧାରଣ ସଭା ସହ ରକ୍ତଦାନ ଓ ବୃକ୍ଷରୋପଣ ଭଳି କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀରେ ବିଜେଡିର ପ୍ରତିଷ୍ଠା ଦିବସ ପାଳନ କରିବାକୁ ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତିଷ୍ଠା ଦିବସ ଅବସରରେ ‘ନବୀନ ଓଡ଼ିଶା’ ଗଢିବା ନେଇ ସଂକଳ୍ପ ନେବେ ବିଜେଡି କର୍ମୀ ଓ ନେତା। ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମସ୍ଥାନ କଟକ ଆନନ୍ଦ ଭବନରୁ ଭୁବନେଶ୍ୱର ବିମାନ ବନ୍ଦର ନିକଟରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଯାଏ ବିଶାଳ ସାଇକେଲ ଶୋଭାଯାତ୍ରା କରାଯିବ |






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..