Report Card Odisha

| Daily Odia News

ପ୍ରସନ୍ନ ଆଚାର୍ଯ୍ୟ ଆଇସିୟୁରେ ଭର୍ତ୍ତି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ଆହତ ହୋଇଛନ୍ତି। ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବେଲଡିହି ନିକଟରେ ଗତକାଲି ବିଳମ୍ବିତ ରାତିରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଗତକାଲି ନବୀନ ନିବାସରେ ଦଳୀୟ ବୈଠକରେ ଯୋଗ ଦେଇ ପ୍ରସନ୍ନ ଆଚାର୍ଯ୍ୟ ବରଗଡ଼ ଫେରୁଥିଲେ। ବିଳମ୍ବିତ ରାତିରେ ୫୫ ନମ୍ବର ଜାତୀୟ ରାଜପଥରେ ତାଙ୍କ ଗାଡ଼ିକୁ ଏକ ଅକ୍ସିଜେନ ବୋଝେଇ ଟ୍ୟାଙ୍କର ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଓ ତାଙ୍କ ପିଏସଓ ଗୁରୁତର ଆହତ ହୋଇଛନ୍ତି। ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି। ଉକ୍ତ ସମୟରେ ବାମୁରା ଅଞ୍ଚଳରେ ରୋଗୀ ଛାଡ଼ି ଫେରୁଥିବା ଏକ ଆମ୍ବୁଲାନ୍ସ ତୁରନ୍ତ ପ୍ରସନ୍ନ ଆଚାର୍ଯ୍ୟ ଓ ତାଙ୍କ ପିଏସଓଙ୍କୁ ପ୍ରଥମେ ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ ସମ୍ବଲପୁର ସ୍ଥାନାନ୍ତର କରାଯାଇଛି।

Breaking News