ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡି ଓ ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର। ଆଜି ସେ ନିଜର ଇସ୍ତଫାପତ୍ର ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ପଠାଇଛନ୍ତି। ୨୦୨୬ରେ ସୁଜିତ କୁମାରଙ୍କ କାର୍ଯ୍ୟକାଳ ସରିଥାନ୍ତା କାର୍ଯ୍ୟକାଳ ସରିବାର ୨ ବର୍ଷ ପୂର୍ବରୁ ସୁଜିତ ରାଜ୍ୟସଭାରୁ ଇସ୍ତଫା ଦେଇଛନ୍ତି। ସୁଜିତ ରାଜ୍ୟ ସଭାରୁ ଇସ୍ତଫା ଦେବା ପରେ ବିଜେଡି ଦଳରୁ ବହିଷ୍କାର କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କାର କରାଯାଇଥିବା ପ୍ରେସ ରିଲିଜ୍ରେ ସୂଚନା ଦିଆଯାଇଛି। ଏପଟେ ଏହାକୁ ନେଇ ସୁଜିତ କୁମାର କହିଛନ୍ତି କି ଦଳରେ ତାଙ୍କୁ କୋଣଠେସା କରାଯାଇଥିବାରୁ ଦଳରୁ ଇସ୍ତଫା ଦେଇଛନ୍ତି। ସାଧାଣ ଲୋକଙ୍କ ସ୍ବାର୍ଥ ଦୃଷ୍ଟିରୁ ଇସ୍ତଫା ଦେଲି ବୋଲି ନିଜର ପ୍ରତିକ୍ରିୟାରେ କହିଛନ୍ତି | ସୁଜିତ କୁମାର ବିଜେପିରେ ଯୋଗ ଦେଇପାରିନ୍ତି ବୋଲି ଚର୍ଚ୍ଚା ହେଉଛି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……