ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେପି ସରକାର ବିରୋଧରେ ମାଳ ମାଳ ପ୍ରସଙ୍ଗ। ଫେଲ ମାରିଛି ନିର୍ବାଚନୀ ପ୍ରତିଶୃତି। ମହିଳାଙ୍କୁ ପ୍ରତାରଣା ଓ ନିର୍ଯାତନା ସାଙ୍ଗକୁ ବିପର୍ଯ୍ୟସ୍ତ ହେଲାଣି ଆଇନଶୃଙ୍ଖଳା। ପଞ୍ଚାୟତରେ ଗଣତାନ୍ତ୍ରିକ ଓ ସାମ୍ବିଧାନିକ ବ୍ୟବସ୍ଥାକୁ ଧ୍ବଂସ କରିବାକୁ ମସୁଧା। ସମସ୍ୟାରେ ଜର୍ଜରିତ ହେଲେଣି ଚାଷୀ, ଯୁବକ ଓ ଛାତ୍ରଛାତ୍ରୀ। ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ ଓ ସଂଖ୍ୟାଲଘୁଙ୍କୁ ଉପେକ୍ଷା ପରି ଅନେକ ପ୍ରସଙ୍ଗରେ ଛନ୍ଦି ହେଲେଣି ସରକାର । ଏହା ବିରୋଧରେ ଘରକୁ ଘର ବୁଲି ଜନସଚେତନତା ସୃଷ୍ଟି କରିବ ବିଜୁ ଜନତା ଦଳ। ସେହିପରି ନବୀନ ସରକାରଙ୍କ ସମୟର ସଫଳତା ନେଇ ବି ଲୋକଙ୍କ ପାଖକୁ ଯିବ ବିଜେଡି। ଏଥିପାଇଁ ଆଜି ଠାରୁ ବିଧିବଦ୍ଧ ଭାବେ ପଦଯାତ୍ରା ଆରମ୍ଭ କରିବ ବିଜେଡି। ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଥିବାରୁ ପୁରୀ ଜିଲ୍ଲା ସୁଆଣ୍ଡୋ ଗାଁରୁ ଆରମ୍ଭ ହେବ ପଦଯାତ୍ରା। ପୁରୀ ଭୁବନେଶ୍ବର ବାଏପାସରେ ଥିବା ପଟ୍ଟନାୟକିଆ ଛକରୁ ଗୋପବନ୍ଧୁଙ୍କ ଜନ୍ମସ୍ଥାନ ସୁଆଣ୍ଡୋ ଯାଏଁ ଚାଲିବ ପଦଯାତ୍ରା। ବିଜେଡିର ସମସ୍ତ ନେତା ଓ କର୍ମୀ ଗାଁକୁ ଗାଁ ବୁଲି ଜନସମ୍ପର୍କକୁ ବ୍ୟାପକ କରିବେ।






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….