ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ। ଏହି ବୈଠକରେ ଓଡିଶା ବାବଦରେ ଆଲୋଚନା ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଓଡିଶାର ରାଜନୈତିକ ସ୍ଥିତି ଏବଂ ଭିତ୍ତିଭୂମି ବାବଦରେ ଆଲୋଚନା ହୋଇଥିବା ବୈଠକ ପରେ ଗଣମାଧ୍ୟମକୁ କହିଛନ୍ତି ମନମୋହନ ସାମଲ। ଶନିବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଥିବା ବିଜେପି ସିଇସି ବୈଠକରେ ଓଡିଶା ସମେତ ଉତ୍ତରପ୍ରଦେଶ , ପଶ୍ଚିମବଙ୍ଗ, ରାଜସ୍ଥାନ, ଆନ୍ଧ୍ରପ୍ରଦେଶ ପ୍ରାର୍ଥୀ ତାଲିକା ବାବଦରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ଆଜି ଏସବୁ ରାଜ୍ୟ ପାଇଁ ବିଜେପି ପ୍ରାର୍ଥୀ ତାଲିକା ଜାରି କରିପାରେ । ଶନିବାର ରାତିରେ ବିଜେପିର ଶୀର୍ଘ ନେତାଙ୍କୁ ନେଇ ୩ ଘଣ୍ଟା ଧରି ବସିଥିବା ବୈଠକରେ ପ୍ରାର୍ଥୀ ତାଲିକା ଚୂଡାନ୍ତ ହୋଇଥିବା ସୂଚନା ମିଳିଛି। ସିଇସି ବୈଠକରେ ପ୍ରଦାନମନ୍ତ୍ରୀ ନରେନ୍ଦ୍ର ମୋଦି , ଗୃହମନ୍ତ୍ରୀ ଅମିତ୍ ଶାହା , ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରମୂଖ ଯୋଗଦେଇଥିଲେ। ତେବେ ଓଡିଶାର ସମସ୍ତ ୨୧ ଲୋକସଭା ଆସନ ଉପରେ ଚର୍ଚ୍ଚା ହୋଇଥିବା ସୂଚନା ମିଳିଛି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ଜୀବନ ନେଉଛି SIR…..
ଆସନ୍ତାକାଲି ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..