ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ। ଏହି ବୈଠକରେ ଓଡିଶା ବାବଦରେ ଆଲୋଚନା ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଓଡିଶାର ରାଜନୈତିକ ସ୍ଥିତି ଏବଂ ଭିତ୍ତିଭୂମି ବାବଦରେ ଆଲୋଚନା ହୋଇଥିବା ବୈଠକ ପରେ ଗଣମାଧ୍ୟମକୁ କହିଛନ୍ତି ମନମୋହନ ସାମଲ। ଶନିବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଥିବା ବିଜେପି ସିଇସି ବୈଠକରେ ଓଡିଶା ସମେତ ଉତ୍ତରପ୍ରଦେଶ , ପଶ୍ଚିମବଙ୍ଗ, ରାଜସ୍ଥାନ, ଆନ୍ଧ୍ରପ୍ରଦେଶ ପ୍ରାର୍ଥୀ ତାଲିକା ବାବଦରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ଆଜି ଏସବୁ ରାଜ୍ୟ ପାଇଁ ବିଜେପି ପ୍ରାର୍ଥୀ ତାଲିକା ଜାରି କରିପାରେ । ଶନିବାର ରାତିରେ ବିଜେପିର ଶୀର୍ଘ ନେତାଙ୍କୁ ନେଇ ୩ ଘଣ୍ଟା ଧରି ବସିଥିବା ବୈଠକରେ ପ୍ରାର୍ଥୀ ତାଲିକା ଚୂଡାନ୍ତ ହୋଇଥିବା ସୂଚନା ମିଳିଛି। ସିଇସି ବୈଠକରେ ପ୍ରଦାନମନ୍ତ୍ରୀ ନରେନ୍ଦ୍ର ମୋଦି , ଗୃହମନ୍ତ୍ରୀ ଅମିତ୍ ଶାହା , ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରମୂଖ ଯୋଗଦେଇଥିଲେ। ତେବେ ଓଡିଶାର ସମସ୍ତ ୨୧ ଲୋକସଭା ଆସନ ଉପରେ ଚର୍ଚ୍ଚା ହୋଇଥିବା ସୂଚନା ମିଳିଛି।
Discussion about this post