Report Card Odisha

| Daily Odia News

ଆଜି ପ୍ରଚାରକରିବେ ନଡ୍ଡା, ଯୋଗୀ, ହିମନ୍ତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର | ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ କେନ୍ଦ୍ରୀୟ ହେଭିୱେଟଙ୍କ ପ୍ରଚାର ଜୋରଦାର ହେଉଛି । ଆଜି ଓଡ଼ିଶା ଆସିବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ସେ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁର ନିର୍ବାଚନ ମଣ୍ଡଳୀ ଓ ପୁରୀ ଲୋକସଭା ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବେ। ପ୍ରଥମେ ସାଲେପୁରର କୁଳିଆରେ ଜନସଭାକୁ ଉଦବୋଧନ ଦେବେ ଯୋଗୀ । ଏଥିରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ସାମିଲ ହେବେ। ଏହାସହିତ ୭ଟି ଯାକ ବିଧାନସଭା ଆସନ ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର ଏବଂ ମହାକାଳପଡ଼ାର ବିଧାୟକ ପ୍ରାର୍ଥୀ ମାନେ ବି ଉପସ୍ଥିତ ରହିବେ। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ଓଡ଼ିଶା ଆସୁଛନ୍ତି। କରଞ୍ଜିଆ, ଧାମନଗର, ବଡ଼ଚଣା, ବାଲିକୁଦା ସଭାରେ ଯୋଗ ଦେବେ ନଡ୍ଡା। ସେହିପରି ବିଶ୍ୱଶର୍ମା ଦେବଗଡ଼, ବଡବିଲ, ଚୌଦ୍ୱାର ଓ ବଡମ୍ବାରେ ସଭା କରିବେ।

Breaking News