ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ନେତା ତଥା ରାମାୟଣର ରାମ ଅରୁଣ ଗୋଭିଲ। ସେ ୪ଟି ସଭାରେ ଯୋଗଦେଇ ଲୋକ ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁଭୋଟ୍ ଭିକ୍ଷା କରିବେ। ଚମ୍ପୁଆ, ତେଲକୋଇ, ଢେଙ୍କାନାଳ ଓ ବାଲିପାଟଣାରେ ସଭାରେ ରାମ ଅରୁଣ ଗୋଭିଲ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ଆସନ୍ତା ୨୩ ତାରିଖରେ ଓଡ଼ିଶା ଆସିବେ ପୁଣି ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। କରଞ୍ଜିଆ, ଧାମନଗର, ବଡ଼ଚଣା ଓ ବାଲିକୁଦାରେ ତାଙ୍କର ସଭା ହେବ। ସେହିଦିନ ଅର୍ଥାତ ୨୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଯୋଗୀ ଆଦିତ୍ୟନାଥ। ଚିଲିକା ଓ ସାଲେପୁର କୁଳିଆରେ ହେବାକୁ ଥିବା ନିର୍ବାଚନୀ ସଭାରେ ଯୋଗୀ ଆଦିତ୍ୟନାଥ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବିଜେପିର ବଡ଼ ବଡ଼ ଷ୍ଟାର ପ୍ରଚାରକଙ୍କ ଗସ୍ତକୁ ନେଇ ଉତ୍ସାହିତ ଅଛନ୍ତି ବିଜେପି କର୍ମକର୍ତ୍ତା।






More Stories
ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାସଭବନ ନିକଟରେ କଂଗ୍ରେସର ପ୍ରତିବାଦ….
ପେପର ଲିକ୍ କୌଣସି ରାଜନୈତିକ ପ୍ରସଙ୍ଗ ନୁହେଁ…..
ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ଅପଡେଟ୍ କଲା ହସ୍ପିଟାଲ….