ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେପି ଜାତୀୟ ଉପସଭାପତି ତଥା ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ହତ୍ୟା ଧମକ ମିଳିଛି । ମନ୍ତ୍ରୀ ନବ ଦାସଙ୍କ ଭଳି ଅବସ୍ଥା ଜୟ ପଣ୍ଡାଙ୍କର କରାଯିବ ବୋଲି ଶ୍ରୀ ପଣ୍ଡାଙ୍କର ସହାୟକଙ୍କୁ କେହି ଜଣେ ଫୋନ୍ ମାଧ୍ୟମରେ ଧମକ ଦେଇଛି । ଏହି ଧମକପୂର୍ଣ୍ଣ କଲ୍ ଘଟଣାରେ ଦିଲ୍ଲୀ ପୋଲିସରେ ଏତଲା ରୁଜୁ ହୋଇଛି ଓ ତଦନ୍ତ ଆରମ୍ଭ ହୋଇଥିବା ଜଣାପଡ଼ିଛି। ବିଜେପି ଉପସଭାପତି ଶ୍ରୀ ପଣ୍ଡାଙ୍କ କାର୍ଯ୍ୟାଳୟର ଏକଜ୍ୟୁଟିଭ ସେକ୍ରେଟେରୀ ରାଜେଶ୍ୱର ଅରୋରା ଏକ ପ୍ରେସ୍ ରିଲିଜ୍ ଜାରି କରି ଏହି ହତ୍ୟା ଧମକ ଦିଆଯାଇଥିବା ସମ୍ପର୍କରେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ବିଜେପି ଜାତୀୟ ଉପସଭାପତି ଶ୍ରୀ ପଣ୍ଡାଙ୍କ ସହାୟକଙ୍କୁ କେହି ଜଣେ କଲ୍ କରି ଏହି ଧମକ ଦେଇଛି । ‘ନବ ଦାସଙ୍କ ଅବସ୍ଥା ଯାହା ହେଲା ତାହା ଜୟ ପଣ୍ଡାଙ୍କର ହେବ’ ବୋଲି ଧମକ ଦେଇଛି ।






More Stories
ପଶ୍ଚିମବଙ୍ଗ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ୍…..
ବିମାନରେ ନିଆଁ….
ଲିଭ୍-ଇନ୍ ସମ୍ପର୍କକୁ ମିଳିବ ସ୍ଵାମୀ ସ୍ତ୍ରୀ ମାନ୍ୟତା…..