ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଚୀନର ଲିଉୟାଙ୍ଗରେ ଏକ ବାଣ କାରଖାନାରେ ବଡଧରଣର ବିସ୍ଫୋରଣ ଘଟିଛି। ଏଥିରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୬୧ ଜଣ ଆହତ ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ଘଟଣାସ୍ଥଳରେ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ଚାଲିଛି । ଘଟଣାସ୍ଥଳରେ ୫୦୦ ଉଦ୍ଧାରକାରୀ ଉପସ୍ଥିତ ଅଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ସୋମବାର ସନ୍ଧ୍ୟା ସମୟରେ ଗୁଆଣ୍ଡୁ ଟାଉନସିପ୍ରେ ଥିବା ଲିଉୟାଙ୍ଗ ହୁଆଶେଙ୍ଗ ବାଣ କାରଖାନା ନିର୍ମାଣ ଏବଂ ପ୍ରଦର୍ଶନ ସହଯୋଗ କାରଖାନାରେ ଏହି ଦୁର୍ଘଟଣା ଘଟିଥିଲା। ବିସ୍ଫୋରଣ ପରେ ତୁରନ୍ତ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚିଥିଲେ । ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟ ଜାରି ରହିଛି । ଏଥିରେ ୨୧ ଜଣଙ୍କ ମୃତ୍ୟୁ ଘଟିଛି । ଏବଂ ୬୧ ଜଣ ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।






More Stories
ଆଜିଠୁ ବଙ୍ଗ ଭୟମୁକ୍ତ…..
ଭବାନୀପୁରରେ ହାରିଲେ ଦିଦି…..
ପଶ୍ଚିମବଙ୍ଗ,ତାମିଲନାଡୁ ସମେତ ୫ ରାଜ୍ୟର ନିର୍ବାଚନ ଫଳାଫଳ…..