ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତା କାଲି ପଣା ସଂକ୍ରାନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟି ରଖି ବିଏମସି ପକ୍ଷରୁ କଟକଣା ଜାରି ହୋଇଛି । ବିଏମସି କଟକଣା ଅନୁଯାୟୀ, ସର୍ବସାଧାରଣ ସ୍ଥାନରେ ହୋଇପାରିବନି ପଣା ବଣ୍ଟନ କାର୍ଯ୍ୟକ୍ରମ। କେବଳ ଧାର୍ମିକ ଅନୁଷ୍ଠାନରେ ରୀତିନୀତି ପ୍ରକାରରେ ସେବାୟତ ବା ପୂଜକ କରିପାରିବେ ସଂକ୍ରାନ୍ତି । ଭକ୍ତଙ୍କୁ ସମ୍ପୂର୍ଣ୍ଣ ମନା । ସେହିଭଳି ରମଜାନ ପାଇଁ ମୁସଲମାନଙ୍କ ଦୁଇଟି ଗ୍ରୁପର କର୍ମକର୍ତ୍ତାଙ୍କ ସହିତ ଆଲୋଚନା ହୋଇଛି। ଖୁବଶୀଘ୍ର ଏନେଇ ଜାରି ହେବ ଏସଓପି। ଶୁକ୍ରବାର ଦିନ ହେଉଥିବା ନମାଜ ପାଠ ପାଇଁ ସମ୍ପୃକ୍ତ ଧାର୍ମିକ ଅନୁଷ୍ଠାନର ଧାରଣ କ୍ଷମତା ଠାରୁ ଶତକଡା ୫୦ଭାଗ ଲୋକଙ୍କ ପାଇଁ ଦିଆଯିବ ଅନୁମତି । ମାସ୍କ, ସାନିଟାଇଜର ଓ ୬ ଫୁଟର ସାମାଜିକ ଦୂରତା ବାଧ୍ୟତାମୂଳକ । ଏନେଇ ପୂର୍ବରୁ ସ୍ୱତନ୍ତ୍ର ରିଲିଫ କମିଶନର ଗାଇଡ଼ଲାଇନ ଜାରି କରିଛନ୍ତି। ଏହାକୁ କଡାକଡି କାର୍ଯ୍ୟକାରୀ କରାଯିବ ବୋଲି ବିଏମସି କମିସନର୍ ସୂଚନା ଦେଇଛନ୍ତି।






More Stories
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବନ୍ୟା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……