ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଏମସି ଅଞ୍ଚଳରେ କୋଭିଡ୍ ନିୟମ ନ ମାନିଲେ ଜରିମାନା ଦେବାକୁ ପଡିପାରେ ବୋଲି ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ କହିଛନ୍ତି । ସେ ଆହୁରି କହିଛନ୍ତି, ସତର୍କ ଓ ସଚେତନ ହୁଅନ୍ତୁ ନଚେତ ଆଗକୁ ନିୟମ ଖିଲାପକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବିଏମସି । ସଂକ୍ରମଣ ରୋକିବାକୁ ଏପରି ନିଷ୍ପତ୍ତି ନିଆଯାଇପାରେ । ଦିନକୁ ଦିନ ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ରାଜଧାନୀରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଲୋକମାନେ କୋଭିଡ୍ କଟକଣା ନମାନିବା ଯୋଗୁଁ ଏଭଳି ପରିସ୍ଥିତି ଉପୁଜୁଛି ବୋଲି କୁହାଯାଉଛି । ଯାହାକୁ ଦୃଷ୍ଟିରେ ରଖି ବିଏମସି ଏଭଳି ପଦକ୍ଷେପ ଗ୍ରହଣ କରିଛି ।






More Stories
ବିଜେଡିକୁ ବାହୁଡ଼ିବେ ଅରବିନ୍ଦ!…..
ରାଜଧାନୀରେ ଯୁବତୀଙ୍କୁ ଅପହରଣ : ଜଣେ ଗିରଫ…..
ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ…..