ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ଵରର ୨ଟି ସ୍ଥାନରେ ବୋମାମାଡ଼ ହୋଇଛି। ବୁଧବାର ବିଳମ୍ବିତ ରାତିରେ ବାପୁଜୀନଗରର ଦୁଇଟି ସ୍ଥାନରେ ବୋମାମାଡ଼ ହୋଇଥିବା ଜଣାପଡ଼ିଛି। ବାପୁଜୀନଗରର କେଦାରପଲ୍ଲୀ ଲେନ-୧ ଏବଂ ଶିଶୁଭବନ ନିକଟ ବହରମପୁର ବସ୍ତି ଗଳିରେ ଦୁର୍ବୃତ୍ତମାନେ ବୋମାମାଡ଼ କରିଛନ୍ତି। ପୂର୍ବଶତ୍ରୁତାରୁ ବୋମାମାଡ଼ କରାଯାଇଥିବା ସନ୍ଦେହ କରାଯାଉଛି। ଖବର ପାଇ କ୍ୟାପିଟାଲ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଚଳାଇଛି। ସିସିଟିଭି କ୍ୟାମେରା ଫୁଟେଜ ଆଧାରରେ ପୋଲିସ ତଦନ୍ତ କରିବା ସହିତ ଅଭିଯୁକ୍ତମାନଙ୍କୁ ଧରିବାକୁ ଉଦ୍ୟମ ଚଳାଇଛି।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….