ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ବାରଣାସୀ ଇଣ୍ଡିଗୋ ବିମାନରେ ବୋମା ଥିବା ନେଇ ଧମକ ମିଳିଛି। ସକାଳ ୫ଟା ୩୫ ମିନିଟ୍ ଦିଲ୍ଲୀ ଇନ୍ଦିରାଗାନ୍ଧୀ ଏୟାରପୋର୍ଟରେ ବିମାନ ଉଡାଣ କରିବାର କିଛି ସମୟ ପୂର୍ବରୁ ବୋମା ଥିବା ନେଇ ଖବର ମିଳିଥିଲା। ଏହାପରେ ସମସ୍ତ ଯାତ୍ରୀଙ୍କୁ ଏମରଜେନ୍ସି ଗେଟ୍ ନେଇ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଥିଲା। ଘଟଣାସ୍ଥଳରେ ବୋମା ନିଷ୍କ୍ରିୟକାରୀ ଟିମ୍ ଓ ତଦନ୍ତକାରୀ ଟିମ୍ ପହଞ୍ଚି ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି। ଏହା ବ୍ୟତୀତ ଘଟଣାସ୍ଥଳରେ ସିଆଇଏସଏଫର ୫ ଟି ଟିମ୍ ମଧ୍ୟ ଉପସ୍ଥିତ ଅଛନ୍ତି। ତେବେ ବିମାନରେ ବୋମା ଥିବା ନେଇ କିଏ ଧମକ ଦେଲା, ସେ ନେଇ କୌଣସି ସ୍ପଷ୍ଟ ସୂଚନା ବର୍ତ୍ତମାନ ପର୍ଯ୍ୟନ୍ତ ମିଳିପାରିନାହିଁ।






More Stories
ଭାରତ ବନ୍ଦରେ ୩୦କୋଟି ଶ୍ରମିକ ସାମିଲ…..
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……