Report Card Odisha

| Daily Odia News

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଚାଲିଛି ମତଦାନ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ବ୍ରଜରାଜନଗର ଉପନିର୍ବାଚନ ପାଇଁ ମତଦାନ ଜାରିରହିଛି। ସକାଳ ୭ରୁ ଆରମ୍ଭ ହୋଇଛି ମତଦାନ ଆରମ୍ଭ ହୋଇଛି। ଭୋଟ୍ ଦେବା ପାଇଁ ନିଜ ନିଜ ବୁଥରେ ଆସି ସକାଳୁ ସକାଳୁ ଭିଡ଼ ଲଗାଇଛନ୍ତି ଭୋଟର। ୫୦ ପ୍ରତିଶତ ବୁଥ୍‌ରେ ୱେବ୍‌କାଷ୍ଟିଂ କରାଯିବାକୁ ବ୍ୟବସ୍ଥା ହୋଇଥିବା ବେଳେ ସମସ୍ତ ବୁଥ୍‌ରେ ଇଭିଏମ୍‌ ଯୋଗେ ମତଦାନ ହେଉଛି । ଉପନିର୍ବାଚନର ମୁଖ୍ୟତଃ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱୀତା ହେଉଥିବା ବେଳେ ମୈଦାନକୁ ଓହ୍ଲାଇଛନ୍ତି ମୋଟ ୧୧ ଜଣ ପ୍ରାର୍ଥୀ। ବ୍ରଜରାଜନଗରର ୨ ଲକ୍ଷ ୧୪ ହଜାର ୮୭୮ ଭୋଟର ସେମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ମତଦାନକୁ ସୁରୁଖୁରୁରେ ଓ ଶାନ୍ତି ଶୃଙ୍ଖଳାର ସହ କରିବା ଲାଗି ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ ହୋଇଛି। ଭୋଟ୍ ପାଇଁ ମୋଟ ୧ ହଜାର ୨୨୮ ପୋଲିଂ ଅଫିସର ନିୟୋଜିତ ହୋଇଛନ୍ତି। ଆଇନଶୃଙ୍ଖଳା ପାଇଁ ୧ ହଜାର ପୁଲିସ ଅଧିକାରୀ, ୩ କମ୍ପାନି ସେଣ୍ଟ୍ରାଲ ଆର୍ମଡ ଫୋର୍ସ ମୁତୟନ ହୋଇଛନ୍ତି। ୨୭୯ ବୁଥରେ ମତଦାନ ହେଉଛି। ସେଥିମଧ୍ୟରୁ ୬୦ଟି ବୁଥକୁ ସମ୍ବେଦନଶୀଳ ଚିହ୍ନଟ କରାଯାଇଛି। ୫ ୦ ପ୍ରତିଶତ ବୁଥରେ ୱେବ୍ କାଷ୍ଟିଂ କରାଯିବ ୫ଟି ପିଙ୍କ୍ ବୁଥ ପାଇଁ କେବଳ ମହିଳା ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି। .

Breaking News