ରିପୋର୍ଟ କାର୍ଡ / ଝାରସୁଗୁଡା
ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ହୋଇଥିବା ବେଳେ ଅଳକା ମହାନ୍ତି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ସେ ନିଜର ଶହ ଶହ ସମର୍ଥକଙ୍କ ଗହଣରେ ଯାଇ ଝାରସୁଗୁଡ଼ା ଉପଜିଲ୍ଲାପାଳଙ୍କ ଅଫିସରେ ପ୍ରାର୍ଥିପତ୍ର ଦାଖଲକରିଥିବା ଜଣାପଡିଛି | ବିଜେଡିର ପୂର୍ବତନ ବିଧାୟକ କିଶୋର ମହାନ୍ତିଙ୍କ ପତ୍ନୀ ହେଉଛନ୍ତି ଅଳକା ମହାନ୍ତି । ସେହିପରି କଂଗ୍ରେସ ପ୍ରାର୍ଥୀ ଭାବେ କିଶୋର ପଟେଲ୍ ଓ ବିଜେପି ପକ୍ଷରୁ ରାଧାରାଣୀ ପଣ୍ଡା ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତେଣୁ ମୈଦାନରେ ତ୍ରିମୁଖୀ ଲଢ଼େଇ ହେବା ସ୍ପଷ୍ଟ ହୋଇଛି । ଆଜି ଅଳକା ମହାନ୍ତି ନିଜ ଶହ ଶହ ସମର୍ଥକଙ୍କ ଗହଣରେ ପ୍ରାର୍ଥୀପତ୍ର ଦାଖଲ କରିବାକୁ ଯାଇଥିବା ବେଳେ ଏହି ରାଲିରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ରାଜ୍ୟ ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ, ସ୍ନେହାଙ୍ଗୀନ ଛୁରିଆ, ଶ୍ରମ ମନ୍ତ୍ରୀ ସୁଶାନ୍ତ ସାହୁ ପ୍ରମୁଖ ସାମିଲ ହୋଇଥିଲେ।






More Stories
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……
ବିଦେଶୀ ପ୍ରତିନିଧିଙ୍କ ଠାରୁ ବିରୋଧୀ ଦଳଙ୍କୁ ଦୂରେଇ ରଖାଯାଉଛି,ପୁରୁଣା ପରମ୍ପରା ଭାଙ୍ଗିଦେଉଛନ୍ତି……