ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଟୋକିଓ ଅଲମ୍ପିକରେ ବ୍ରୋଞ୍ଜ ଜିତିଲେ ବଜରଙ୍ଗ ପୁନିଆ। ଶନିବାର ଦେଶର ଷ୍ଟାର ରେସଲର ବଜରଙ୍ଗ ପୁନିଆ ରେସଲିଂରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଗତକାଲି ସେମିଫାଇନାଲରେ ହାରିଥିବା ବଜରଙ୍ଗ ଆଜି କାଜାଖସ୍ତାନର ଦୌଲେତ ନିୟାଜ ବେକୋଭଙ୍କୁ ୮-୦ରେ ପରାସ୍ତ କରିଛନ୍ତି। ପୁରୁଷ ୬୫ କେଜି ଫ୍ରିଷ୍ଟାଇଲ୍ ସେମିଫାଇନାଲରେ ଭାରତର ଷ୍ଟାର୍ ରେସଲର୍ ବଜରଙ୍ଗ ପୁନିଆ ସେମିରେ ଆଜରବାଇଜାନର ହାଜି ଅଲିୟେଭଙ୍କ ନିକଟରୁ ୧୨-୫ ପଏଣ୍ଟରେ ହାରିଥିଲେ। କିନ୍ତୁ ଆଜି ସେ ଜବରଦସ୍ତ କମବ୍ୟାକ୍ କରି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଏହି ବିଜୟ ସହ ଚଳିତ ଅଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୬ରେ ପହଞ୍ଚିଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ମଙ୍ଗଳବାର ଇରାନ୍ ପାଇଁ ଶେଷ ଦିନ !…..