ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଟୋକିଓ ଅଲମ୍ପିକରେ ବ୍ରୋଞ୍ଜ ଜିତିଲେ ବଜରଙ୍ଗ ପୁନିଆ। ଶନିବାର ଦେଶର ଷ୍ଟାର ରେସଲର ବଜରଙ୍ଗ ପୁନିଆ ରେସଲିଂରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଗତକାଲି ସେମିଫାଇନାଲରେ ହାରିଥିବା ବଜରଙ୍ଗ ଆଜି କାଜାଖସ୍ତାନର ଦୌଲେତ ନିୟାଜ ବେକୋଭଙ୍କୁ ୮-୦ରେ ପରାସ୍ତ କରିଛନ୍ତି। ପୁରୁଷ ୬୫ କେଜି ଫ୍ରିଷ୍ଟାଇଲ୍ ସେମିଫାଇନାଲରେ ଭାରତର ଷ୍ଟାର୍ ରେସଲର୍ ବଜରଙ୍ଗ ପୁନିଆ ସେମିରେ ଆଜରବାଇଜାନର ହାଜି ଅଲିୟେଭଙ୍କ ନିକଟରୁ ୧୨-୫ ପଏଣ୍ଟରେ ହାରିଥିଲେ। କିନ୍ତୁ ଆଜି ସେ ଜବରଦସ୍ତ କମବ୍ୟାକ୍ କରି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଏହି ବିଜୟ ସହ ଚଳିତ ଅଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୬ରେ ପହଞ୍ଚିଛି।






More Stories
ଅନିଲଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ରହିଛି ଭୁବନେଶ୍ୱର ଲିଙ୍କ୍…..
ତୁରନ୍ତ ରୋକନ୍ତୁ ଏସଆଇଆର୍…..
ଶପଥ ସମାରୋହରେ ଗାମୁଛା ଉଡ଼ାଇଲେ ମୋଦି…..