ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ) ଚାଲୁ ରହିଛି। ଏ ସଂକ୍ରାନ୍ତରେ ସ୍ପଷ୍ଟୀକରଣ ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ। ରାଜ୍ୟରେ ସରକାର ବଦଳିବା ପରେ ଘରୋଇ ଡାକ୍ତରଖାନାଗୁଡ଼ିକ ବିଏସକେୱାଇ କାର୍ଡରେ ରୋଗୀଙ୍କ ଚିକିତ୍ସା କରୁ ନ ଥିବା ଅଭିଯୋଗ ଆସିଥିଲା। ଏହା ଉପରେ ସ୍ୱାସ୍ଥ୍ୟ ବିଭାଗ ସ୍ପଷ୍ଟୀକରଣ ରଖିଛି। ଘରୋଇ ଡାକ୍ତରଖାନାଗୁଡ଼ିକ ସହିତ ରାଜ୍ୟ ସରକାରଙ୍କ ବୁଝାମଣା ପତ୍ର (ଏମଓୟୁ) ବଳବତ୍ତର ରହିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ବର୍ତ୍ତମାନ ସମୟରେ ଜନସାଧାରଣ ପୂର୍ବପରି ବିଏସକେୱାଇ ଜରିଆରେ ସ୍ୱାସ୍ଥ୍ୟସେବା ପାଇପାରିବେ।






More Stories
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..
୨୩ ଜିଲ୍ଲା ପାଇଁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା…..