ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହୁଜନ ସମାଜ ପାର୍ଟି(ବିଏସପି)ର ହରିୟାଣା ରାଜ୍ୟ ସମ୍ପାଦକ ହରବିଳାସ ସିଂହ ରାଜ୍ଜୁମାଜ୍ରାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ହରବିଳାସ ଶୁକ୍ରବାର ନିଜ କାରରେ ଅନ୍ୟ ୨ ଜଣଙ୍କ ସହ ଯାଉଥିବାବେଳେ ଦୁର୍ବୃତ୍ତମାନେ ତାଙ୍କୁ ଗୁଳି କରିଥିଲେ। ଘଟଣା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଶନିବାର ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ସହିତ ଥିବା ପୁନୀତ ନାମକ ଅନ୍ୟ ଜଣେ ବ୍ୟକ୍ତି ମଧ୍ୟ ଗୁଳିମାଡ଼ରେ ଆହତ ହୋଇଛନ୍ତି। ଆକ୍ରମଣକାରୀଙ୍କ ବିଷୟରେ କୌଣସି ସୂଚନା ମିଳି ନାହିଁ। ପୋଲିସ ତୁରନ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ବିଏସପି ପକ୍ଷରୁ ଦାବି କରାଯାଇଛି। ହରବିଳାସ ୨୦୨୪ରେ ନାରେନଗଡ଼ ଆସନରୁ ବିଧାନସଭା ନିର୍ବାଚନ ଲଢ଼ିଥିଲେ। ସେ ଜଣେ କୃଷକ ଥିଲେ।






More Stories
ଅଧାରେ ଅଟକିଲା ରୁକୁଣା ରଥ: ଆଜି ଅପରାହ୍ନରେ ରଥଟଣା…..
ରିଙ୍କୁ ଉପଅଧିନାୟକ….
ପଶ୍ଚିମବଙ୍ଗ ଯିବେ ମୁଖ୍ୟମନ୍ତ୍ରୀ…..