ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ବିଏସପିର ସମର୍ଥନ କରିଛି | ଏନେଇ ଆଜି ବହୁଜନ ସମାଜ ପାର୍ଟିର ଅଧ୍ୟକ୍ଷା ମାୟାବତୀ ରାଜଧାନୀ ଲକ୍ଷ୍ମୌରେ ଏକ ସାମ୍ବାଦିକ ସମ୍ମିଳନୀ କରି ଘୋଷଣା କରିଛନ୍ତି । ଏହି ସମୟରେ ମାୟାବତୀ କହିଛନ୍ତି, ଆଦିବାସୀ ସମାଜକୁ ଏକ ବିଶେଷ ଅଂଶ ଭାବରେ ବିବେଚନା କରି ରାଷ୍ଟ୍ରପତିଙ୍କ ପ୍ରାର୍ଥିନୀ ପାଇଁ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ଆମର ଦଳ ନିଷ୍ପତ୍ତି ନେଇଛି। ସେ କହିଛନ୍ତି ଯେ ଆମର ନିଷ୍ପତ୍ତି ନା ବିଜେପି କିମ୍ବା ଏନଡିଏ କିମ୍ବା ବିରୋଧୀ ଦଳଙ୍କ ସମର୍ଥନରେ ନାହିଁ। ଆମର ଦଳ ଏବଂ ଆନ୍ଦୋଳନକୁ ଧ୍ୟାନରେ ରଖି ଆମେ ଏକ ଆଦିବାସୀ ସମାଜର ଜଣେ ଦକ୍ଷ ତଥା ପରିଶ୍ରମୀ ମହିଳାଙ୍କୁ ଦେଶର ରାଷ୍ଟ୍ରପତି କରିବା ସପକ୍ଷରେ ଅଛୁ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..