ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀର ମୈତ୍ରିବିହାର ଥାନା ଅନ୍ତର୍ଗତ ଏକ ଗେଷ୍ଟ ହାଉସରୁ ସନ୍ଦେହଜନକ ଅବସ୍ଥାରେ ଜଣେ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଉଛନ୍ତି ତପନ ପ୍ରସାଦ ଆଚାର୍ଯ୍ୟ। ସେ ଶୁଭମ ବାୟୋ-ସିଏନଜି ପ୍ରାଇଭେଟ ଲିମିଟେଡର ମାଲିକ ଥିଲେ ବୋଲି ଜଣାପଡିଛି। ତାଙ୍କ ଘର ଫୁଲବାଣୀ ସଦର ଥାନା ଲେଙ୍ଗର ସାହି ଅଞ୍ଚଳରେ। ତପନ ମଙ୍ଗଳବାର ଦିନ କର୍ପୋରେଟ ମିଟିଂ ପାଇଁ ଭୁବନେଶ୍ୱର ଆସିଥିଲେ। ସେହି ଦିନ ସେ ଗେଷ୍ଟ ହାଉସରେ ଚେକ୍ ଇନ୍ କରି ୨୦୨ ନମ୍ବର ରୁମରେ ରହୁଥିଲେ। ଗତକାଲି ତାଙ୍କ ମୃତଦେହ ଗେଷ୍ଟ ହାଉସରୁ ମିଳିଥିଲା। ପୋଲିସ ମୃତଦେହକୁ ଉଦ୍ଧାର ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି। ଗତକାଲି ତାଙ୍କ ମୃତଦେହ ମିଳିବା ପରେ ପୋଲିସ ତପନଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲା। ତେବେ ତପନଙ୍କ କିଭଳି ମୃତ୍ୟୁ ହେଲା, ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।ପୋଲିସ ଘଟଣାର ତଦନ୍ତ କରୁଛି।






More Stories
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ…..
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….