ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ୍ ଅଧିବେଶନ। ଦିନ ୧୧ଟାରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ ଆରମ୍ଭ ହେବ। ଏହାପରେ ମୁଖ୍ୟମନ୍ତ୍ରୀ ଗୃହରେ ଶୋକପ୍ରସ୍ତାବ ରଖିବେ। ଫେବ୍ରୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବଜେଟ୍ ଅଧିବେଶନ | ୧୫ତମ ଅଧିବେଶନରେ ମୋଟ ୭ଟି କାର୍ଯ୍ୟଦିବସ ରହିଛି। ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରାୟ ୨ ଲକ୍ଷ ୬୦ ହଜାର କୋଟିର କାମଚଳା ବଜେଟକୁ ଗୃହରେ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ ହେବ | ନୂଆ ଓପୁରୁଣା ପ୍ରସଙ୍ଗକୁ ନେଇ ଗୃହ ବେଶ୍ ସରଗରମ ହେବା ସମ୍ଭାବନା ରହିଛି। ବିଧାନସଭା ଅଧିବେଶନ ପାଇଁ ୨୮ ପ୍ଲାଟୁନ ଫୋର୍ସ ମୁତୟନ ହେବାକୁ ଥିବାବେଳେ ତିନି ଥାକିଆ ସୁରକ୍ଷା ବଳୟରେ ବିଧାନ ସଭା ରହିବ ଏବଂ ସିସିଟିଭି ନଜରରେ ବିଧାନସଭା ଆଖପାଖ ଅଞ୍ଚଳକୁ ରଖାଯାଇଛି |






More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..