Report Card Odisha

| Daily Odia News

ବଜେଟ୍ ଅଧିବେଶନରେ ଅଭିଭାଷଣ ରଖିଲେ ରାଜ୍ୟପାଳ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ବଜେଟ୍ ଅଧିବେଶନ। ରାଜ୍ୟପାଳ ରଘୁବର ଦାସ ଙ୍କ ଅଭିଭାଷଣରୁ ଗୃହ କାର୍ଯ୍ୟ ଆରମ୍ଭ ହୋଇଛି। ଏହାସହ ବିଧାନସଭାର ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ଶୋକବ୍ୟକ୍ତ କରିଥିଲେ ରାଜ୍ୟପାଳ। ପ୍ରଥମେ ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କରିଛନ୍ତି। ଏହା ୮ ଶହ କୋଟିରେ ନିର୍ମାଣ ହୋଇଛି । ଏହି ପ୍ରକଳ୍ପ ଆଗନ୍ତୁକଙ୍କୁ ଅତ୍ୟାଧୁନିକ ସୁବିଧା ଦେବ। ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍ ଆରମ୍ଭ ହୋଇଛି। ଦୂରଦୂରାନ୍ତରରୁ ଆସୁଥିବା ଭକ୍ତଙ୍କ ପାଇଁ ଯେପରି କୌଣସି ସମସ୍ୟା ଦେଖା ନଦେବ ସେଥିପାଇଁ ପରିକ୍ରମା ପ୍ରକଳ୍ପ ଭଳି ଦୂରଦୃଷ୍ଟି ସମ୍ପନ୍ନ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଓଡ଼ିଆଙ୍କ ଆସ୍ଥାର ପ୍ରତୀକ ଶ୍ରୀମନ୍ଦିରର ଅଦ୍ଭୁତପୂର୍ବ ପରିବର୍ତ୍ତନ ସହ ଐତିହ୍ୟ ଓ ସଂସ୍କୃତିକୁ ସୁରକ୍ଷିତ ଓ ସଂରକ୍ଷିତ ରଖିବା ପାଇଁ ରାଜ୍ୟର ଧର୍ମାନୁଷ୍ଠାନ ଗୁଡିକର ରୂପାନ୍ତରଣ କାମକୁ ପ୍ରାଥମିକତା ଦେଇଛନ୍ତି । ଶ୍ରୀମନ୍ଦିର ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପ ମଧ୍ୟ ଲୋକାର୍ପିତ ହୋଇଛି।

Breaking News