ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କର ପରଲୋକ ଘଟିଛି । ୮୦ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କ ଦେହାନ୍ତ ହୋଇଛି। କୋଲକତାସ୍ଥିତ ନିଜ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ ଦୀର୍ଘ ଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ୨୦୦୦ରୁ ୨୦୧୧ ପର୍ଯ୍ୟନ୍ତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଥିଲେ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ । ମାତ୍ର ଏହାପରେ ୨୦୧୫ ମସିହାରେ ସେ ସିପିଆଇ(ଏମ୍)ର ପୋଲିତ ବ୍ୟୁରୋ ଓ କେନ୍ଦ୍ରୀୟ ସମିତିରୁ ଇସ୍ତଫା ଦେଇଥିଲେ। ଏହାପରେ ୨୦୧୮ ମସିହାରେ ସେ ରାଜ୍ୟ ସଚିବାଳୟର ସଦସ୍ୟତା ପଦ ଛାଡ଼ି ଦେଇଥିଲେ।






More Stories
EV କିଣୁଥିବା ଗ୍ରାହକ ଖୁସି!…..
ଏପ୍ରିଲରୁ ନୂଆ ଆୟକର ନିୟମ…..
ଦେଶରେ ସଂସ୍କାର ଏକ୍ସପ୍ରେସ୍ ଆରମ୍ଭ…..