ରିପୋର୍ଟ କାର୍ଡ / ସମ୍ବଲପୁର
ସମ୍ବଲପୁର ଜିଲ୍ଲା ଠେଲକୋଲି ଥାନା ଅନ୍ତର୍ଗତ ଖିଣ୍ଡା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଦ୍ରୁତ ଗତିରେ ଆସି ଏକ ଯାତ୍ରୀବାହୀ ବସ୍କୁ ପଛରୁ ଧକ୍କା ଦେଇଥିଲା | ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଝାରସୁଗୁଡ଼ା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତ ଯାତ୍ରୀଙ୍କର ପରିଚୟ ମିଳିନାହିଁ। ଆଜି ସକାଳେ ‘ମହାଲକ୍ଷ୍ମୀ’ ନାମକ ଯାତ୍ରୀବାହୀ ବସ୍ଟି ଝାରସୁଗୁଡ଼ାରୁ ସମ୍ବଲପୁର ଅଭିମୁଖେ ଆସୁଥିଲା। ଖିଣ୍ଡା ଛକ ନିକଟରେ ଏକ ଟ୍ରକ୍ ଦ୍ରୁତଗତିରେ ଆସି ବସ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବାବେଳେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଝାରସୁଗୁଡ଼ା ଡାକ୍ତରଖାନାରେ ଭର୍ତ୍ତି କରିଛି। ପୁଲିସ ଘଟଣାର ତଦନ୍ତ କରୁଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..