Report Card Odisha

| Daily Odia News

ଓଲଟିଲା ବସ୍‌ ,୮ ଆହତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଶାନ୍ତିଆ ବାଇପାସ ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌କୁ ଟ୍ରକ୍ ପଛପଟୁ ଧକ୍କା ଦେବାରୁ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି। ଦୁର୍ଘଟଣାରେ ୮ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁସାରେ-ଆଜି ସକାଳେ ପ୍ରଧାନ ନାମକ ଘରୋଇ ବସ୍ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀକୁ ନେଇ ଭୁବନେଶ୍ୱରରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିଲା। ଏହି ସମୟରେ ଶାନ୍ତିଆ ବାଇପାସ ନିକଟରେ ଏକ ଟ୍ରକ୍ ବସ୍‌କୁ ପଛ ପଟୁ ଟ୍ରକ ଧକ୍କା ଦେଇଥିଲା। ପରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ସ୍ଥାନୀୟ ଲୋକେ ଓ ପୋଲିସ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରି ଜଳେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି |

 

Breaking News