ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗଜପତି ଜିଲ୍ଲା ରାଇଗଡ଼ ଥାନା ଅନ୍ତର୍ଗତ ରାଶିବାଡ଼ି ଘାଟିରୁ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ତଳକୁ ଖସିପଛି | ବସରେ ଥିବା ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ବସ୍ ଚାଳକଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ପାରଳାଖେମୁଣ୍ଡି ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟମାନଙ୍କୁ ଜେରାଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ‘ଇସ୍ପାତ’ ନାମକ ବସ୍ଟି ଗତକାଲି ରାତିରେ ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଅଭିମୁଖେ ଯାଉଥିଲା। ଗାଡ଼ିଟି ଆଜି ଭୋର ସମୟରେ ରାଶିବାଡ଼ି ଘାଟି ଅତିକ୍ରମ କରୁଥିବା ବେଳେ ଭାରସାମ୍ୟ ହରାଇ ତଳକୁ ଖସି ପଡ଼ିଥିଲା। ବସ୍ରେ ୩୦ଜଣ ଯାତ୍ରୀ ଥିବା ବେଳେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀ ମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇଛନ୍ତି। ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ବସ୍ଟି ବ୍ରେକ୍ ଫେଲ୍ ହେବାରୁ ଏପରି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଆଜି ଘନ କୁହୁଡି ହୋଇଥିବା ବେଳେ ଏହା ଦୁର୍ଘଟଣା କାରଣ ହୋଇପାରେ ବୋଲି ସନ୍ଦେହ କରାଯାଉଛି। ପୁଲିସ ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାରେ ବସ୍ର ସମ୍ମୁଖ ଅଂଶ ଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।
More Stories
୫ ଘଣ୍ଟା ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ…..
ପ୍ରଫେସରଙ୍କ ଘରେ ସିବିଆଇ ରେଡ଼…..
ରେଳ ୱାଗନରୁ ୧୨ଟି ବୋମା ଜବତ…..